ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ ।

ଆଜିଠାରୁ ଜାନୁଆରୀ ୨ ତାରିଖ ଯାଏ ସ୍ଥଗିତ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଇଂରାଜୀ ନୂଆବର୍ଷ ଓ ଛୁଟି ଯୋଗୁ ଶ୍ରଦ୍ଧାଳୁଙ୍କ ଭିଡ଼ ସହିତ ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ।ପୁଣି ୩ ତାରିଖ ଠାରୁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ, ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଥିଲା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ସେପଟେ ଆଜି ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଭିଡ଼ ଜମିଛି। ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହ ସମୁଦ୍ର କୂଳରେ ବୁଲିବାର ମଜା ନେଉଛନ୍ତି ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ।

ଅଧିକ ପଢନ୍ତୁ

Odisha Darpan Digital