ଆଜିର ରାଶିଫଳ(୧୭ ଜୁଲାଇ,୨୦୨୪)

ମେଷ : ଘରେ ଲାଗିରହିଥିବା ଅଶାନ୍ତି  ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।*

ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।ବ୍ୟବସାୟ ବାଣିଜ୍ୟରେ ଆସାତିତ ଲାଭ ହେବ।*

ମିଥୁନ : ପୂର୍ବରୁ ବିରୁଦ୍ଧରେ   ଥିବା ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ଶତ୍ରୁ ଅପସରି ଯିବେ । କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।*

କର୍କଟ : କିଛି ବ୍ୟକ୍ତିଗତ ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।*

ସିଂହ : ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।*

କନ୍ୟା : ଅବାଞ୍ଛିତ ଭାବେ  ଉଚ୍ଚଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।*

ତୁଳା : ଆଜି ବ୍ୟୟ ବୃଦ୍ଧି ହେଲେହେଁ ଆପଣଙ୍କର ପରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । ପରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ବାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।

ବିଛା : ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।*

ଧନୁ : ଆଜି ଶାରୀରିକ କଷ୍ଟ ସହ ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।*

ମକର : ଆଜିର ଦିନ ଆୟ ବର୍ଦ୍ଧକ ସହ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।*

କୁମ୍ଭ : ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ଆସାକରିବେ କିନ୍ତୁ ମିଳିପାରିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ ।  ଆପଣଙ୍କର ସବୁ କଥାରେ ବାଧା ରହିବ ଓ ଆକସ୍ମିକ ଅର୍ଥବ୍ୟୟ ହେବାର ଯୋଗ ରହିଛି ।*

ମୀନ : ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।*

ଅଧିକ ପଢନ୍ତୁ