ସୁନା ଦର ଲଗାତାର ବୃଦ୍ଧି ହେବା ଏବେ ଗ୍ରାହକଙ୍କ ପାଇଁ ସମସ୍ୟା ହୋଇ ଛିଡା ହୋଇଛି। ଏବେ ବିବାହ ଋତୁ ଚାଲିଥିବାବେଳେ ସୁନା ଟିକେ କିଣିବାକୁ ମଧ୍ୟବିତ୍ତଙ୍କଠାରୁ ଧନୀ ସମସ୍ତେ ବାଧ୍ୟ। ହେଲେ ଏବେ ସୁନା ରେକର୍ଡ ସ୍ତରରେ ପହଞ୍ଚିବା କାରଣରୁ ବିଶେଷ କରି ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତଙ୍କ ପାଇଁ ସମସ୍ୟା ହେଉଛି। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୭ ହଜାର ୩୮୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୦, ୧୦୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୦,୧୦୦ ଟଙ୍କା ଓ ୮୭,୩୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୦, ୨୫୦ ଟଙ୍କା ଓ ୮୭, ୫୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୦,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୭, ୩୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୦,୧୦୦ ଓ ୮୭,୩୮୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୯୭,୦୦୦ ଟଙ୍କା ହୋଇଛି ।
