ଆଜି ଏସବୁ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ରାଜ୍ୟର ବିଭିନ୍ନ ଅଞ୍ଚଳରେ କିଛିଦିନ ହେବ ବର୍ଷା ଲାଗି ରହିଥିବାବେଳେ ଆଜି ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଶନିବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝରରେ ଭାରି ବର୍ଷା ହୋଇପାରେ। ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ଅଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ। ୨୯ ତାରିଖରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି।

ଅଧିକ ପଢନ୍ତୁ

kc ads