ଆଜି ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ବର୍ଷାରେ ଭିଜିପାରେ ବଡ଼ଦିନ । ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ସ୍ୱଳ୍ପ ବର୍ଷା ହୋଇପାରେ ।ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅଧାରୁ ଅଧିକ ଜିଲ୍ଲାରେ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆଜି ଯାଜପୁର, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, ନୟାଗଡ, କନ୍ଧମାଳ, ଗଞ୍ଜାମ ନବରଙ୍ଗପୁର ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି।ଆହୁରି ଚିନ୍ତାଜନକ ବିଷୟ ହେଉଛି ପୁଣି ୨୭ ତାରିଖରେ ପଶ୍ଚିମାଝଡ଼ ପ୍ରଭାବରେ ବର୍ଷା ହେବାର ଆଶଙ୍କା ରହିଛି ।ଶୁକ୍ରବାର ଯାଏ ରାଜ୍ୟର ସବୁ ଅଞ୍ଚଳର ରାତି ତାପମାତ୍ରା ଅପରିବର୍ତ୍ତିତ ରହିବ । ଶୁକ୍ରବାରଠାରୁ ପାରଦ ୨ରୁ ୩ ଡିଗ୍ରୀ ଖସିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଅଧିକ ପଢନ୍ତୁ

Odisha Darpan Digital