ଆଜି ଓଡ଼ିଶା ଆସିବେ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ

ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ଆଜି ଭୁବନେଶ୍ୱରରେ ପହଞ୍ଚିବେ । ଆସନ୍ତାକାଲି ସେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ । ବ୍ରଜମୋହନ ରାମ ଆଜି ପୂର୍ବାହ୍ଣ ୧୧ଟା ୩୦ରେ ରାଞ୍ଚିର ବିର୍ସା ମୁଣ୍ଡା ବିମାନବନ୍ଦରରୁ ସ୍ୱତନ୍ତ୍ର ବିମାନରେ ବାହାରି ଅପରାହ୍ନ ୧୨ଟା ୩୦ରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ । ବିମାନବନ୍ଦରରେ ତାଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟ ସଚିବ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଓ ପୋଲିସ ଡିଜି ବିନୟତୋଷ ମିଶ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ତାଙ୍କୁ ସ୍ୱାଗତ କରିବେ ।ସେହିପରି ବିମାନବନ୍ଦରରୁ ରାଜ୍ୟପାଳ ପୁରୀ ଯିବେ। ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିବେ। ସନ୍ଧ୍ୟାରେ ପୁରୀରୁ ଭୁବନେଶ୍ୱର ଫେରି ରାତି ୭ଟା ୨୫ରେ ଲୋକଭବନରେ ପହଞ୍ଚିବେ। ରାଜ୍ୟପାଳଙ୍କ ଆଗମନ ଓ ଶପଥ ଗ୍ରହଣକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି ।

ଅଧିକ ପଢନ୍ତୁ