ଆଜି ଓ କାଲି ରାଜ୍ୟରେ ଘନ କୁହୁଡି ଦେଖିବାକୁ ମିଳିବ

ରାଜ୍ୟରେ ଦୁଇଦିନ ଘନ କୁହୁଡି । ଆଜି ପାଇଁ ୧୪ ଜିଲ୍ଲାକୁ ୱାର୍ଣ୍ଣିଂ । କେନ୍ଦ୍ରାପଡ଼ା, ଯାଜପୁର, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି।କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି। ଘନ କୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ବନ୍ଦ ରଖିବା ପାଇଁ ପରାମର୍ଶ ଦିଆଯାଇଛି ।ବର୍ତ୍ତମାନ ରାଜ୍ୟକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ କୁହୁଡି ମାତ୍ରା ବୃଦ୍ଧି ପାଉଛି । ସେପଟେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ଅଧିକ ପଢନ୍ତୁ

Odisha Darpan Digital