ଆଜି କାର୍ତ୍ତିକ ମାସର ଶେଷ ସୋମବାର । ତେଣୁ ସବୁ ଶୈବପୀଠରେ ଭକ୍ତଙ୍କ ଭିଡ । ବିଶେଷ କରି କଟକ ବାବା ଧବଳେଶ୍ୱରଙ୍କ ପୀଠରେ ନାହିଁନଥିବା ଭିଡ । ଶ୍ରଦ୍ଧାଳୁଙ୍କ ଭିଡକୁ ନିୟନ୍ତ୍ରଣ ସହ ସହଜ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ହୋଇଛି ବ୍ୟାପକ ବ୍ୟବସ୍ଥା । ରାତି ୩ଟା ବେଳେ ଦ୍ଵାର ଫିଟା ଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା । ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ।କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳୁମାନେ ପୀଠକୁ ଯାଉଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି।