ଆଜି ନେତାଜୀଙ୍କ ୧୨୯ ତମ ଜୟନ୍ତୀ । ଏହି ଦିନଟିକୁ ପରାକ୍ରମ ଦିବସ ବୋଲି ମଧ୍ୟ ପାଳନ କରାଯାଉଛି । ଏଥିପାଇଁ ସଜେଇ ହୋଇଛି ଓଡ଼ିଆ ବଜାରସ୍ଥିତ ନେତାଙ୍କ ଜନ୍ମପୀଠ ଏବଂ ସଂଗ୍ରହାଳୟ। ଜୟନ୍ତୀ ଅବସରରେ କଟକ ସ୍ଥିତ ନେତାଜୀଙ୍କ ଜନ୍ମସ୍ଥାନରେ ବିଭିନ୍ନ କାର୍ୟ୍ୟକ୍ରମ ଆୟୋଜନ କରାଯାଉଛି। ତେବେ କଟକରେ ପହଞ୍ଚିଛନ୍ତି ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନରେ ପହଞ୍ଚି ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ଉପରାଷ୍ଟ୍ରପତି । ଏହାପରେ ନେତାଜୀ ସଂଗ୍ରାହାଳୟ ପରିଦର୍ଶନ କରିଛନ୍ତି । ଉପରାଷ୍ଟ୍ରପତିଙ୍କ ସହିତ ରହିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖମନ୍ତ୍ରୀ ମୋହନ ଚରଣ ଓ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ପ୍ରଥମ ଥର ଓଡ଼ିଶା ଆସିବା ସହ କଟକକୁ ଆସିଛନ୍ତି ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ ।
