ଆଜି ନୟାଗଡ଼ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାରଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଛତିଶଗଡ ରାଜଧାନୀ ରାୟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ବିମାନବନ୍ଦରରେ ପହଞ୍ଚିବେ । ଏଠାରୁ ହେଲିକପ୍ଟରରେ ନୟାଗଡ଼ ଅଭିମୁଖେ ଯିବେ । ସେଠାରେ କାଳିଆପଲ୍ଲୀରେ ବିଶ୍ଵାବସୁ ସମ୍ପ୍ରଦାୟର ଯଜ୍ଞରେ ଯୋଗ ଦେବେ । ଏହାସହ କଣ୍ଟିଲୋ ନୀଳମାଧବ ମନ୍ଦିର ଦର୍ଶନ କରିବେ । ସୋମବାର ସନ୍ଧ୍ୟା ୬ ଟା ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ରାଜଭବନ ଅଭିମୁଖେ ଯିବେ ଓ ସେଇଠି ରାତ୍ରିଯାପନ କରିବେ ।ପରଦିନ ଅର୍ଥାତ ମଙ୍ଗଳବାର ୨୫ ତାରିଖ ସକାଳେ ବାୟୁସେନା ବିମାନରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। ଏହାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଅଧିକ ପଢନ୍ତୁ

kc ads