ଆଜି ପବିତ୍ର ବସନ୍ତ ପଞ୍ଚମୀ ବା ଶ୍ରୀପଞ୍ଚମୀ। ଆଜି ମା’ ସରସ୍ବତୀଙ୍କୁ ଆରାଧନାର ଦିନ। ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ବତୀ। ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ବତୀ ପୂଜା ପାଳନ କରାଯାଇଥାଏ । ସରସ୍ବତୀ ଦିବ୍ୟଭାବର ପ୍ରତୀକ। ମା’ ସରସ୍ବତୀ ହେଉଛନ୍ତି କଣ୍ଠଚକ୍ର ବାଣୀ ଓ ସଙ୍ଗୀତର ଆଧାର। ତେଣୁ ମା’ ସରସ୍ବତୀଙ୍କୁ ପ୍ରାର୍ଥନା କଲେ ମନ, ବୁଦ୍ଧି, ବିଚାର ଓ ଚେତନା ଦୃଢ଼ୀଭୂତ ହୁଏ।ବସନ୍ତ ଋତୁରେ ଏହି ପର୍ବ ପଡୁଥିବାରୁ ଏହାକୁ ବସନ୍ତ ପଞ୍ଚମୀ କୁହାଯାଏ। ଆଜିର ଦିନ ଅତ୍ୟନ୍ତ ଶୁଭ ହୋଇଥିବାରୁ ଏହି ଦିନରେ ବିଭିନ୍ନ କାର୍ୟ୍ୟର ଶୁଭାରମ୍ଭ କରାଯାଇଥାଏ।
