ବିଲ୍ୱବରଣ ପରେ ମାଆଙ୍କୁ ଆବାହନ କରାଯାଇ ମଣ୍ଡପରେ ପୂଜା କରାଯିବ। ଏଥିପାଇଁ ରାଜଧାନୀ ଭୁବନେଶ୍ୱର ସମେତ କଟକ ଏବଂ ଅନ୍ୟାନ୍ୟ ସ୍ଥାନରେ ବିଭିନ୍ନ ପୂଜାମଣ୍ଡପରେ ବ୍ୟାପକ ଆୟୋଜନ କରାଯାଇଛି। ସୁନା, ଚାନ୍ଦି ମେଢରେ ମାଆଙ୍କ ମୃଣ୍ମୟୀ ମୂର୍ତ୍ତି ସଜ୍ଜିତ ହୋଇଛି। ଟ୍ବିନ୍ ସିଟିରେ ସୁଉଚ୍ଚ ତୋରଣ ସାଙ୍ଗକୁ ଚିକମିକ୍ ଆଲୋକମାଳାରେ ଝଲସୁଛି ପୂଜା ମଣ୍ଡପ । ତାସାଙ୍ଗକୁ ମୀନା ବଜାର ଦର୍ଶକଙ୍କ ମନ ମୋହୁଛି। ନୟାପଲ୍ଲୀ, ସହିଦ ନଗର, ଝାରପଡା, ରସୁଲଗଡ, ବରମୁଣ୍ଡା, ସହିଦନଗର, ଷ୍ଟେସନ ବଜାର ଆଦି ପ୍ରମୂଖ ମଣ୍ଡପରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଚଳିତ ବର୍ଷ ମଙ୍ଗଳାବାଗ ପୂଜା କମିଟି ପକ୍ଷରୁ ନୂଆ କରି ମେଢ଼ରେ ସୁନା ଖଞ୍ଜା ଯାଇଛି ।ପ୍ରାୟ ୧୨ କିଲୋଗ୍ରାମର ସୁନା ଓ ଅଢ଼େଇ କ୍ବିଣ୍ଟାଲ ଓଜନର ରୁପାରେ ମେଢ଼ ପ୍ରସ୍ତୁତ ହୋଇଛି । ଏବେ ଚାରିଆଡେ ପାର୍ବଣର ମାହୋଲ ଦୁର୍ଗା ପୂଜା