ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅର୍ଥାତ୍ ସୋମବାର ଅଭିଯୋଗ ଶୁଣାଣି କରିବେ। ଭୁବନେଶ୍ବର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଦିନ ୧୧ରୁ ଅଭିଯୋଗ ଶୁଣାଣି ହେବ। ଏଥିପାଇଁ ଆଜି ସକାଳ ୮ଟାରୁ ଦିନ ୧୨ ପର୍ୟ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କାର୍ୟ୍ୟାଳୟରେ ପଞ୍ଜୀକରଣ ହେବ। ଏଥି ପାଇଁ ଆଗ୍ରହୀ ବ୍ୟକ୍ତି ଅଭିଯୋଗ ଶୁଣାଣି ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ପଞ୍ଜୀକରଣ କରାଇବା ସହ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ ଜଣାଇ ପାରିବେ ।
