ଗୁରୁବାର ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ଜଗନାଥ ଏକ୍ସପ୍ରେସ୍ ବସ୍ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟରୁ ଭୁବନେଶ୍ୱର ଦେଇ ପୁରୀକୁ ଶୀତତାପ ନିୟନ୍ତ୍ରିତ ବସ୍ ଚାଲିବ। ଏହି ଜିଲ୍ଲା ଗୁଡିକ ହେଲା- ବଲାଙ୍ଗିର, ବରଗଡ, ଗଞ୍ଜାମ, ଝାରସୁଗୁଡା, କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ।| ଯାତ୍ରୀମାନେ ପୁରୀକୁ ଆରାମଦାୟକ ଯାତାୟତ କରିବାର ସୁବିଧା ପାଇବେ । ତାହା ପୁଣି ସୁଲଭ ମୂଲ୍ୟରେ । ଆସନ୍ତା ୨୨ ତାରିଖରୁ ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ ପୁରୀ ଶ୍ରୀମନ୍ଦିରକୁ ପ୍ରତ୍ୟେକ ଦିନ ଯେପରି ୧୦ ହଜାର ଶ୍ରଦ୍ଧାଳୁ ବସ୍ ଯୋଗେ ଆସିପାରିବେ, ସେଥିପାଇଁ ଏକ ମାସ ପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ମାନଙ୍କ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍ରେ ଟିକେଟର ମୂଲ୍ୟ ମାତ୍ର ୫୦ ପ୍ରତିଶତ ରହିବ। ସେ କହିଥିଲେ ଯେ ଲକ୍ଷ୍ମୀ ବସ୍ ଯୋଜନାରେ ମା’ମାନଙ୍କ ପାଇଁ ଟିକେଟ ଦାମ୍ ମାତ୍ର ୫ ଟଙ୍କା ରହିଛି। ଏହା ମା’ମାନଙ୍କ ପାଇଁ ବହୁ ସୁବିଧା ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।