ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା , ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହା ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ‘ସୁଦୃଶ୍ୟ ଲଘୁଚାପ ବଳୟ’ ସକ୍ରିୟ ରହିଛି । ଆଗାମୀ ୨ ଦିନ ମଧ୍ୟରେ ଏହି ସିଷ୍ଟମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଅତିକ୍ରମ କରିବ। ଏହାର ପ୍ରଭାବରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ଅଧିକ ଶକ୍ତିଶାଳୀ ହେବା ସହ ବ୍ୟାପକ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଅତି ପ୍ରବଳ ବର୍ଷା ନେଇ ପୁରୀ, ଖୋର୍ଦ୍ଧା, କଟକ, ମୟୁରଭଞ୍ଜ, କୋରାପୁଟ, ସମେତ ୧୮ ଜିଲ୍ଲାକୁ ଅରେଞ୍ଜ ଆର୍ଲଟ ଜାରୀ ହୋଇଛି । ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାରୁ ୟେଲୋ ସତର୍କତା ଜାରି କରିଛି ଭୁବନେଶ୍ବର ପାଣିପାଗ ବିଭାଗ ।

ଅଧିକ ପଢନ୍ତୁ