ଆଜି ବଡ଼ଠାକୁରଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୧୦ ଯାଏଁ ସାଧାରଣ ଦର୍ଶନ ବନ୍ଦ

ଆଜି ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।
ଏ ଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଅଧିକ ପଢନ୍ତୁ

kc ads