ଆଜି ବିଜୁଳି, ଘଡ଼ଘଡି ସହ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଦେଶରୁ ବିଦାୟ ନେଲା ଦକ୍ଷିଣ-ପଶ୍ଚିମ ମୌସୁମୀ । ଆଉ ୨ ଦିନ ଦିନ ରାଜ୍ୟର କିଛି ଅଂଚଳରେ ହୋଇପାରେ ସାମାନ୍ୟ ବର୍ଷା । ଏଥିସହ ତାମିଲନାଡୁ ଉପକୂଳରୁ ଉତ୍ତର-ପୂର୍ବ ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରଫ୍‌ ଲାଇନ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ଆହୁରି ୨ଦିନ ବର୍ଷା ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଜଗତ୍‌ସିଂହପୁର, କଟକ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ ଝଡ଼ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାର କୋରାପୁଟରେ ପ୍ରବଳ ବର୍ଷା ହେବା ସହିତ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲାକୁ ଝଡ଼ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି। ଅନ୍ୟପକ୍ଷରେ ଆସନ୍ତା ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦିନ କିମ୍ବା ରାତି ତାପମାତ୍ରାରେ ସେଭଳି ବିଶେଷ ପରିବର୍ତ୍ତନ ନ ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅଧିକ ପଢନ୍ତୁ