ମଙ୍ଗଳବାର ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍। ସବୁ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହେବା ପରେ ବ୍ଯୟ ମଞ୍ଜୁରୀ ବିଲ୍କୁ ଗୃହରେ ପାରିତ କରାଯିବ । ଆଜି ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ , ସରକାରୀ ଉଦ୍ୟୋଗ ଓ ଶ୍ରମ , କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ରହିଛି। ଶୂନ୍ୟକାଳରେ ଚିକିଟି ମଦ ମୃତ୍ୟୁ , ଢେଙ୍ଗାନାଳ ଗଣ ଦୁଷ୍କର୍ମ , ସୁଭଦ୍ରା ଆଇନ୍ ଶୃଙ୍ଖଳା, ରେଭେନ୍ସା ନାମ ପରିବର୍ତ୍ତନ ପ୍ରସ୍ତାବ, ଖଣିଜ ସମ୍ପଦର କୁବିନିଯୋଗ ଆଦି ପ୍ରସଙ୍ଗକୁ ଉଠାଇ ସରକାରଙ୍କୁ ଘେରିପାରନ୍ତି ବିରୋଧୀ ।