ଆଜି ବିଧାନସଭା ବଜେଟ୍ ଅଧିବେଶନର ଦ୍ଵିତୀୟ ଦିନ ।

ବଜେଟ ଅଧିବେଶନର ଆଜି ହେଉଛି ଦ୍ବିତୀୟ ଦିନ। ଆଜି ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ, କ୍ରୀଡା ଓ ଯୁବ କଲ୍ୟାଣ, ଦକ୍ଷତା ବିକାଶ-ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟର ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗର ରହିଛି ପ୍ରଶ୍ନକାଳ ।ସୂଚନାଯୋଗ୍ୟ, ୧୩ ଫେବୃୟାରୀ ଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ବଜେଟ ଅଧିବେଶନରେ ୨୮ଟି କାର୍ଯ୍ୟଦିବସ ରହିଛି । ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ । ଫେବ୍ରୁଆରି ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ହେବ ।

ଫେବ୍ରୁଆରି ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ । ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ବିତୀୟ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିବେ ।

ଅଧିକ ପଢନ୍ତୁ