ଆଜି ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ

ରାଜ୍ୟରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଓ କେନ୍ଦ୍ର ସରକାରଙ୍କ ୧୧ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ଼ ଭେଟି । ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ ହୋଇଛି ବିଭିନ୍ନ ଯୋଜନା ଓ ପ୍ରକଳ୍ପ । ଶ୍ରୀ ମୋଦୀ ଭିଜନ ଡକୁମେଣ୍ଟ ‘ଓଡିଶା ଭିଜନ ୨୦୩୬ ଓ ୨୦୪୭’ ଉନ୍ମୋଚନ କରିଛନ୍ତି। ବିକଶିତ ଭାରତ ଲକ୍ଷ୍ୟ ପୂରଣ ସହ ବିକଶିତ ଓଡିଶା ଗଠନର ଉଦ୍ଦେଶ୍ୟ ସାକାର କରିବା ନିମନ୍ତେ ଏହି ଭିଜନ ଦସ୍ତାବିଜ ଉଦ୍ଦିଷ୍ଟ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିରେ ଓଡ଼ିଶାର ବରପୁତ୍ରମାନଙ୍କର ଜନ୍ମସ୍ଥଳୀର ବିକାଶ କରାଯିବ। ଏହି ଯୋଜନା ଅନୁଯାୟୀ, ପ୍ରତ୍ୟେକ ଐତିହ୍ୟ ଗ୍ରାମ ପାଇଁ ପ୍ରାୟ ୧୫ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସମ୍ପୂର୍ଣ୍ଣ ଯୋଜନାରେ ପ୍ରାୟ ୧୯ ହଜାର କୋଟି ଟଙ୍କା ବିନିଯୋଗ ହେବ। ଏହି ଯୋଜନାରେ ବରପୁତ୍ର ମାନଙ୍କ ଜନ୍ମସ୍ଥଳୀରେ ପୂର୍ବ ପୁରୁଷଙ୍କର ବାସଗୃହକୁ ସଂଗ୍ରହାଳୟ ଭାବେ ବିକାଶ କରିବା, ପ୍ରତିମୂର୍ତ୍ତି ସ୍ଥାପନା କରିବା, ବ୍ୟାଖ୍ୟାନ କେନ୍ଦ୍ର ପ୍ରତିଷ୍ଠା କରିବା, ଶିଶୁ ଉଦ୍ୟାନ, କାରୁକଳା ଓ ପାକଶାଳା ଷ୍ଟଲ୍‌, ଇତ୍ୟାଦି ନିର୍ମାଣ, ଗ୍ରନ୍ଥାଗାର ନିର୍ମାଣ, ସମ୍ମିଳନୀ କକ୍ଷ, ଖୋଲା ଆକାଶ ନାଟ୍ୟମଞ୍ଚ ଇତ୍ୟାଦିର ନିର୍ମାଣ ଆଦି ପଦକ୍ଷେପ ନିଆଯାଇ ସେମାନଙ୍କ ଗ୍ରାମକୁ ଐତିହାସିକ ସାଂସ୍କୃତିକ ସ୍ମୃତିସ୍ଥଳ ଏବଂ ପର୍ଯ୍ୟଟନ ସ୍ଥଳ ଭାବେ ବିକଶିତ କରିବାର ଲକ୍ଷ୍ୟ ରଖାଯାଇଛି।ଏଥି କାର୍ଯ୍ୟକ୍ରମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ପୁସ୍ତିକା ଉନ୍ମୋଚନ କରିଛନ୍ତି ମୋଦୀ ।

ଏହି ଯୋଜନାରେ ରାଜ୍ୟର ପ୍ରତି ପଞ୍ଚାୟତରେ ଅନ୍ୟୁନ ଗୋଟିଏ ଲେଖାଁଏ ପ୍ରାଥମିକ ଆଦର୍ଶ ବିଦ୍ୟାଳୟ ଖୋଲିବା ପାଇଁ ସ୍ଥାନ ନିରୁପଣ ଓ DPR ପ୍ରସ୍ତୁତି କାର୍ଯ୍ୟ ଚାଲିଛି।ଏଥିସହ ଦୁଇଟି ନୂତନ ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ ହୋଇଛି । ବୌଦ୍ଧ-ସମ୍ବଲପୁର ଓ ବୌଦ୍ଧ-ଭୁବନେଶ୍ୱର ନ୍ୟୁ ।

ଅଧିକ ପଢନ୍ତୁ

kc ads