ଆଜି ବିଶ୍ବ ମହିଳା ଦିବସ ।

ଆଜି ବିଶ୍ବ ମହିଳା ଦିବସ । ପ୍ରତିବର୍ଷ ମାର୍ଚ୍ଚ ମାସ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଉଛି । ମହିଳାଙ୍କ ସାମାଜିକ, ଆର୍ଥିକ, ସାଂସ୍କୃତିକ, ରାଜନୈତିକ ଏବଂ ଅନ୍ୟ କ୍ଷେତ୍ରରେ ସଫଳତା ଓ ପାରଦର୍ଶିତାକୁ ପାଳନ କରିବା ଏହି ଦିନର ଉଦ୍ଦେଶ୍ୟ । କେବଳ ଏତିକି ନୁହେଁ ନାରୀ ଆଜି ସବୁ କ୍ଷେତ୍ରରେ ପାରଙ୍ଗମ । ଭୂମିରୁ ଭୂମାଯାଏଁ ତା’ର ଯାତ୍ରା ସଫଳ ହୋଇଛି । ଘରର ପ୍ରତିଟି ପାଇଟିକୁ ସୁଚାରୁ ରୁପେ କରିବା ଠାରୁ ଆରମ୍ଭ କରି ମହାକାଶରେ ବୁଲି ଆସିଲାଣି ନାରୀ । ନୃତ୍ୟ , ସଙ୍ଗୀତ, ସାହିତ୍ୟଠାରୁ ଆରମ୍ଭ କରି ସେବା ଓ ସେନାରେ ମଧ୍ୟ ନିଜର ଦକ୍ଷତା ଦେଖାଇପାରିଛି ନାରୀ । ନାରୀ କେବେ ସ୍ନେହମୟୀ କେବେ ପୁଣି ଶତ୍ରୁ ପାଇଁ ସଂହାରିଣୀ ।ବିଶ୍ୱର ବିଭିନ୍ନ କ୍ଷେତ୍ରରେ ମହିଳାମାନଙ୍କ ପ୍ରତି ସମ୍ମାନ, ପ୍ରସଂଶା, ରାଜନୈତିକ ଓ ସାମାଜିକ ଉପଲବ୍ଧିର ଉପଲକ୍ଷେ ଉତ୍ସବ ରୂପେ ପାଳନ କରାଯାଏ

ଆମେରିକାରେ ସୋସିଆଲିଷ୍ଟ ପାର୍ଟୀର ଆହ୍ୱାନରେ, ଏହି ଦିବସ ସର୍ବ ପ୍ରଥମେ ୨୮ ଫେବୃଆରୀ ୧୯୦୯ ମସିହାରେ ପାଳିତ ହେଉଥିଲା । ୧୯୧୦ ମସିହାରେ ସୋସିଆଲିଷ୍ଟ ଇଣ୍ଟରନ୍ୟାସନଲ କୋପେନହେଗନ ସମ୍ମିଳନରେ ଏହାକୁ ଅନ୍ତରାଷ୍ଟ୍ରୀୟର ମାନ୍ୟତା ଦିଆଗଲା ।

ଅଧିକ ପଢନ୍ତୁ