ଆଜି ବିଶ୍ବ ହାତୀ ଦିବସ 

ଆଜି ବିଶ୍ବ ହାତୀ ଦିବସ ।ଭଗବାନଙ୍କ ସୃଷ୍ଟିରେ ସବୁଠୁ ବିଶାଳକାୟ ଜୀବ ହେଉଛି ହାତୀ । ସେହି ହାତୀଙ୍କ ପାଇଁ ଆଜି ଦିନଟି । ପ୍ରତିବର୍ଷ ଅଗଷ୍ଟ 12 ତାରିଖକୁ ବିଶ୍ବ ହସ୍ତୀ ଦିବସ ଭାବେ ପାଳନ କରାଯାଏ । ହାତୀ-ମଣିଷର ଭଲ ବନ୍ଧୁତା କାଳ କାଳରୁ ରହିଆସିଛି ।ଯାହାକି 2012 ମସିହାରୁ ପାଳନ କରାଯାଉଛି । ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସାଧାରଣରେ ଜନସଚେତନା ସୃଷ୍ଟି କରିବା । ତେବେ ରାଜ୍ୟରେ ୧୨୮ ଜିଲ୍ଲାରେ ଅଛନ୍ତି ୨୦୯୮ ହାତୀ । କିନ୍ତୁ ସୁରକ୍ଷାକୁ ନେଇ ବଢୁଛି ଚିନ୍ତା , ଦାନ୍ତ ପାଇଁ ଟଳୁଛନ୍ତି ହାତୀ । ୫ ବର୍ଷରେ ଉଦ୍ଧାର ହେଲାଣି ୫୮ ଦାନ୍ତ । ବନ ବିଭାଗର ତଥ୍ୟ ଆଧାରରେ, ୨୦୧୭-୧୮ରୁ ଗତବର୍ଷ ନଭେମ୍ବର ଭିତରେ ମୋଟ ୬୭୪ ହାତୀ ମରିଛନ୍ତି । ଶିକାରୀଙ୍କ ତୀର ଓ ଗୁଳିମାଡ଼ରେ ୨୨ ହାତୀଙ୍କ ଜୀବନ ଯାଇଛି । ମୃତ୍ୟୁ ପରେ ପ୍ରାୟ ସବୁ ହାତୀଙ୍କ ଦାନ୍ତ କାଟି ନେଇଛନ୍ତି ଶିକାରୀ । ଟ୍ରେନ୍ ଧକ୍କାରେ ୨୮ଟି, ସଡ଼କ ଦୁର୍ଘଟଣାରେ ୫ଟି ଓ ଅନ୍ୟାନ୍ୟ ଦୁର୍ଘଟଣାରେ ୧୦୩ଟି ହାତୀ ମରିଛନ୍ତି । ବିଦ୍ୟୁତ ଝଟ୍‌କା ଖାଇ ୧୨୩ଟି ହାତୀଙ୍କ ପ୍ରାଣ ଯାଇଛି । 

ଅଧିକ ପଢନ୍ତୁ