ପାଣିପାଗ କେନ୍ଦ୍ର ପୂର୍ବାନୁମାନ ହେଲା, ଆସନ୍ତା ୬ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼, ନୂଆପଡ଼ାରେ ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି କିମ୍ବା ତା’ଠାରୁ ଅଧିକ ରହିପାରେ। ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ।ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ ଓ ଜଗତସିଂହପୁରରେ ଶନିବାର ଗରମ ସହ ଗୁଳୁଗୁଳି ନୟାନ୍ତ କରିପାରେ। ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ପ୍ରତିଦିନ କିଛି କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ମାତ୍ର ଏହା ସତ୍ତେ୍ୱ ବି ତାତି ପ୍ରକୋପରୁ ବଡ଼ ଆଶ୍ୱସ୍ତି ସମ୍ଭାବନା ଦେଖାଯାଉନି ।
