୪୦ ଡିଗ୍ରୀ ଉପରେ ୧୪ ସହର । ଆଜି ୧୧ ଜିଲ୍ଲାକୁ ଜାରି ହୋଇଛି ରେଡ୍ ୱାର୍ଣ୍ଣିଂ।ଆସନ୍ତା ଦୁଇଦିନ ରାଜ୍ୟର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ। ସମଗ୍ର ଉପକୂଳ ଓଡ଼ିଶାରେ ଏବେ ଗୁଳୁଗୁଳିରୁ ନିସ୍ତାର ନାହିଁ। ଅନ୍ୟପଟେ ୧୮ ଓ ୧୯ରେ ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ (ହିଟ୍ ୱେଭ୍) ୱାଣ୍ଡି ଜାରି କରାଯାଇଛି। ୧୭ ତାରିଖ (ଶୁକ୍ରବାର) ଝାରସୁଗୁଡ଼ା ଓ ଟିଟିଲାଗଡ଼ରେ ପାରଦ ୪୪ ଡିଗ୍ରୀ ଛୁଇଁପାରେ। ଉପକୂଳ ଓଡ଼ିଶା ୩୭-୩୮ ଡିଗ୍ରୀ ରହିପାରେ ବୋଲି ପାଣିପାଗ ବିଭାଗର ପୂର୍ବାନୁମାନ କରିଛି।ଆଜି ମଧ୍ୟ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା ଆକଳନ କରାଯାଇଛି ।
