ଆଜି ମହାପ୍ରଭୁଙ୍କ ଅଧରପଣା ନୀତି

ମହାପ୍ରଭୁଙ୍କ ଅଧରାମୃତ ପାନ କରିବେ ରଥ ପାର୍ଶ୍ବ ଦେବାଦେବୀ ଓ ଚଣ୍ଡୀ ଚାମୁଣ୍ଡା । ଦ୍ବାଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ଅଧର ଛୁଉଁଥିବା ତୁମ୍ଭାକାର ମାଟିହାଣ୍ଡିରେ ପଣା ଭୋଗ ପରେ ଅଶରୀରୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହେବ । ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା ସମ୍ପନ୍ନ ହେବା ପରେ ସମସ୍ତ ପାର୍ଶ୍ୱ ଦେବଦେବୀ ଓ ଅନ୍ୟାନ୍ୟ ଚଣ୍ଡୀ ଚାମୁଣ୍ଡାଙ୍କୁ ଶାନ୍ତି କରିବା ପାଇଁ ଅଧରପଣା କରାଯାଇ ଅଧର ହାଣ୍ଡିକୁ ରଥ ଉପରେ ଭଙ୍ଗା ଯିବାର ବିଧି ରହିଛି । ବଡଓଡ଼ିଆ ମଠ, ରାଘବଦାସ ମଠ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରଦତ୍ତ ଛେନା ,ଛାଚି , କ୍ଷୀର ,ସର,ଗୋଲମରିଚ ,କର୍ପୁର ,ଜାଇଫଳ,କଦଳୀ ଆଦିକୁ ମିଶ୍ରଣ କରାଯାଇ ପଣା ପ୍ରସ୍ତୁତ କରାଯାଇଥାଏ ।

ସ୍ୱତନ୍ତ୍ର ଭାବେ ଏହି ପଣାକୁ ଶ୍ରୀବିଗ୍ରହ ମାନଙ୍କର ଅଧର ପର୍ଯ୍ୟନ୍ତ ନିର୍ମିତ ତିନି ତିନଟି ତୁମ୍ଭାକାର ହାଣ୍ଡିରେ ପ୍ରସ୍ତୁତ କରାଯାଇଥାଏ । ମଧ୍ୟାହ୍ନ ଧୂପ ପରେ ଅଧର ପଣା ନୀତି ଅନୁଷ୍ଠିତ ହେବ ।

ଅଧିକ ପଢନ୍ତୁ

kc ads