ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ଦୁଇଦିନ ମଧ୍ୟରେ ବିଦର୍ଭ, ଛତିଶଗଡ ଏବଂ ଓଡିଶାର ଆହୁରି କିଛି ଅଞ୍ଚଳକୁ ଅଗ୍ରସର ହେବ । ଏଥି ପାଇଁ ପାଗ ଅନୁକୂଳ ରହିଛି । ତେବେ ରଜ ୩ଦିନରେ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସମ୍ଭାବନା ରହିଛି। ସମସ୍ତ ୩୦ ଜିଲାର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଅନୁଗୁଳ, ଦେଓଗଡ଼, ଢେଙ୍କାନାଳ, କେଉଁଝର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର ବୌଦ୍ଧ,ନୂଆପଡ଼ା, ବଲାଙ୍ଗିର,କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ,ରାୟଗଡ଼ା, ମାଲକାନଗିରିର କିଛି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୩୦ରୁ ୪୦ କି.ମି. ବେଗରେ ପବନ ହୋଇପାରେ ।
