ଆଜି ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ରାଜଧାନୀରେ ଟ୍ରାଫିକ୍‌ କଟକଣା

ଆଜିଠୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ଏମ୍ସର ୫ମ ସମାବର୍ତ୍ତନ ଉତ୍ସବ ସମେତ ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ । ମହାମହିମଙ୍କ ଗସ୍ତକୁ ନେଇ ଟ୍ବିନ ସିଟିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି କମିସନରେଟ ପୁଲିସ୍ । ତେବେ ରାଷ୍ଟ୍ରପତିଙ୍କ ଏହି ଗସ୍ତ ପାଇଁ ରାଜଧାନୀରେ ଟ୍ରାଫିକ୍‌ କଟକଣା କରାଯାଇଛି। ଏୟାରପୋର୍ଟରୁ ଜୟଦେବ ବିହାର ଦେଇ ଏମ୍ସ ଯିବା ରାସ୍ତା ବନ୍ଦ ରହିବ। ସନ୍ଧ୍ୟା ୫ଟା ୧୦ରୁ ୫ଟା ୫୦ ମିନିଟ ଭିତରେ ବନ୍ଦ ରହିବ ରାସ୍ତା। ଏୟାରପୋର୍ଟ ଛକ, କ୍ୟାପିଟାଲ ହସ୍ପିଟାଲ, ଏଜି ଛକ ରାସ୍ତା ବନ୍ଦ ରହିବ। ରାଜଭବନ ଛକ, ପାଓ୍ବାର ହାଉସ ଛକ ଦେଇ ବନ୍ଦ ରହିବ ଗାଡ଼ି ଚଳାଚଳ। ୧୨୦ ବିଏନ୍‌ ଛକ, ଶାସ୍ତ୍ରୀନଗର, ବେହେରା ସାହି ରାସ୍ତା ବନ୍ଦ କରାଯିବ। ଜୟଦେବ ବିହାର ଛକରୁ ୧୬ ନମ୍ବର ଜାତୀୟ ରାଜପଥ ରାସ୍ତା ବନ୍ଦ ରହିବ। ଖଣ୍ଡଗିରି ଫ୍ଲାଏ ଓଭର ବ୍ରିଜ୍‌, କସ୍‌ମୋପଲିସ ଛକ, ଏମ୍ସ ଅଣ୍ଡର ପାସ୍‌ ରାସ୍ତା ବନ୍ଦ ରହିବ। ସା ୬.୩୦ରୁ ୭.୦୫ ପର୍ଯ୍ୟନ୍ତ ଟ୍ରାଫିକ କଟକଣା ବଳବତ୍ତର ରହିବ।

ଅଧିକ ପଢନ୍ତୁ

Odisha Darpan Digital