ଆଜି ଶ୍ରୀଜିଉଙ୍କ ଖସାପଡ଼ା ନୀତି, ୫ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ଚୈତ୍ର ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉ ମାନଙ୍କର ଖସାପଡା ନୀତି । ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକ ମାନେ ରତ୍ନସିଂହାସନ ଉପରେ ଚଢ଼ି ଦୀର୍ଘ ସମୟ ଧରି ମହାପ୍ରଭୁଙ୍କ ଏହି ଗୁପ୍ତନିତି ସମ୍ପାଦନ କରିବେ । ଖସାପଡା ନୀତି ଶ୍ରୀଜିଉ ମାନଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ ।ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ। ବର୍ଷରେ ଦୁଇରୁ ତିନିଥର ଏହି ନିତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି ହୋଇଥିବାରୁ ମୁଖ୍ୟତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଅଧିକ ପଢନ୍ତୁ

kc ads