ଶ୍ରାବଣ ମାସ ଶୁକ୍ଳ ପକ୍ଷ ତୃତୀୟା ତିଥି। ଆଜି (ବୁଧବାର) ଶ୍ରୀମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ ।
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଦତ୍ତ ମହାପାତ୍ର ସେବକ ଭିତରେ ପ୍ରବେଶ କରିବେ। ବିଭିନ୍ନ ପ୍ରାକୃତିକ ରଙ୍ଗରେ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ।