ଆଜି ସଂଧ୍ୟାରେ ବିଧାନସଭାରେ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଆଜି ଆସିବ ରାଜ୍ୟ ବଜେଟ, ସଂଧ୍ୟାରେ ବିଧାନସଭାରେ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥର ପରିମାଣ ୩ ଲକ୍ଷ କୋଟି ଛୁଇଁବା ସମ୍ଭାବନା । ୨୦୨୫-୨୬ ଆର୍ଥିକବର୍ଷ ବଜେଟରେ ନିଯୁକ୍ତି ଓ ଉତ୍ପାଦନ ଉପରେ ମୋହନ ସରକାର ଗୁରୁତ୍ୱ ଦେଇପାରନ୍ତି। ଗାଁରେ ଆର୍ଥିକ ସ୍ରୋତ ସୃଷ୍ଟି କରିବାକୁ ସରକାର ନୂଆ ଯୋଜନା ଆଣିପାରନ୍ତି ବୋଲି ବିଶେଷଜ୍ଞମାନେ କହୁଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଲୋକମତ, ଅର୍ଥନୀତି ବିଶେଷଜ୍ଞ, ପୂର୍ବତନ ଅର୍ଥମନ୍ତ୍ରୀ ଓ ଅର୍ଥ ସଚିବଙ୍କ ପରାମର୍ଶରେ ବଜେଟ ପ୍ରସ୍ତୁତ ହୋଇଛି।

ଭାଜପାର ନିର୍ବାଚନୀ ସଂକଳ୍ପପତ୍ରରେ ଦିଆଯାଇଥିବା ପ୍ରତିଶ୍ରୁତିକୁ ଗୁରୁତ୍ୱ ଦେଇ ବଜେଟରେ ଅର୍ଥ ବ୍ୟୟବରାଦ ହୋଇଥିବା ଆଶା କରାଯାଉଛି।ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ମଧ୍ୟାହ୍ନ ଭୋଜନ ପାଇଁ ସ୍ବତନ୍ତ୍ର ଅନୁଦାନ ସହ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ସ୍ବତନ୍ତ୍ର ବ୍ୟୟବରାଦ ହୋଇପାରେ। ସେହିପରି ସୁଭଦ୍ରା ଯୋଜନାରେ ୧ କୋଟି ମହିଳାଙ୍କ ପାଇଁ ଅଧିକ ଅନୁଦାନ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନୁଦାନ ବୃଦ୍ଧି ହୋଇପାରେ। ରାଜ୍ୟ ବଜେଟ୍‌ ଉପସ୍ଥାପନକୁ ନେଇ ରାଜନୈତିକ ଆରୋପ ପ୍ରତ୍ୟାରୋପ ମଧ୍ୟ ଦେଖିବାକୁ ମିଳିଛି।

ଅଧିକ ପଢନ୍ତୁ