ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା : ଦୁଇଟି ସିଟିଂରେ ହେବ

ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ସମସ୍ତ ନୋଡାଲ ସେଣ୍ଟରରେ ରହିଛି । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି। ଦୁଇଟି ସିଟିଂରେ ପରୀକ୍ଷା ହେବ, ପ୍ରଥମ ସିଟିଂ ସକାଳ ୯ଟାରୁ ସାଢେ ୧୧ଟା ପର୍ଯ୍ୟନ୍ତ ଚାଲିବ ଏହା ପରେ ଅପରାହ୍ନ ସାଢେ ୧ଟାରୁ ୪ଟା ପର୍ଯ୍ୟନ୍ତ ଦ୍ୱିତୀୟ ସିଟିଂରେ ପରୀକ୍ଷା ଦେବେ ପରୀକ୍ଷାର୍ଥୀ ।ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ଗ୍ରହଣ କରାଯାଇଛି । ବୋର୍ଡ କାର୍ଯ୍ୟାଳୟ କମାଣ୍ଡ କଣ୍ଟ୍ରୋଲ ରୁମରୁ ସମସ୍ତ ପରୀକ୍ଷା କେନ୍ଦ୍ର ନିୟନ୍ତ୍ରଣ ବ୍ୟବସ୍ଥା ହୋଇଛି । ୪୫୨ ଟି ପରୀକ୍ଷା କେନ୍ଦ୍ରକୁ ସିସିଟିଭି ବ୍ୟବସ୍ଥା ସହିତ ଯୋଡ଼ା ଯାଇଥିବା ବେଳେ ବୋର୍ଡର କମାଣ୍ଡ କଣ୍ଟ୍ରୋଲ ରୁମରୁ ସମସ୍ତ କେନ୍ଦ୍ରକୁ ନିରୀକ୍ଷଣ କରାଯାଉଛି ।

ଅଧିକ ପଢନ୍ତୁ