ଆଜି ହେଉଛି ସାବିତ୍ରୀ ଅମାବାସ୍ୟା।

ସ୍ବାମୀଙ୍କ ମଙ୍ଗଳ ମନାସୀ ବ୍ରତ ପାଳୁଛନ୍ତି ସଧବା । ରାଜ୍ୟର ବିଭିନ୍ନ ପୀଠରେ ସକାଳୁ ସକାଳୁ ପୂଜା କରିବାକୁ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼। ହାତରେ ଭୋଗ, ମନରେ ଉତ୍ସାହ ନେଇ ଦେବାଳୟକୁ ଯାଇଛନ୍ତି ସଧବା । ନୂଆ ଶାଢୀ, ସଙ୍ଖା, ସିନ୍ଦୁର ଓ ଅଳତା ନେଇ ପୂଜାର୍ଚ୍ଚନା କରୁଛନ୍ତି । ଘରେ ଘରେ ବି ସାବିତ୍ରୀଙ୍କ ପ୍ରତିମା ଗଢି ବ୍ରତ କଥା ଗାଇ ପୂଜା କରୁଛନ୍ତି ସଧବା ନାରୀ । ଜ୍ୟେଷ୍ଠ ଅମାବାସ୍ୟା ‘ସାବିତ୍ରୀ ଅମାବାସ୍ୟା’ ଭାବରେ ଖ୍ୟାତ ଏବଂ ପ୍ରତି ଓଡ଼ିଆ ଘରେ ଏହା ସଧବା ସ୍ତ୍ରୀମାନଙ୍କର ଏକ ପବିତ୍ର ବ୍ରତ ରୂପେ ପାଳିତ ହୁଏ। ଆଜି ମହାସତୀ ସାବିତ୍ରୀ ପତି ସତୟବାନଙ୍କୁ ଯମଙ୍କ ନିକଟରୁ ଫେରାଇ ଆଣିବାରେ ସକ୍ଷମ ହୋଇଥିଲେ ବୋଲି ପୁରାଣରେ ବର୍ଣ୍ଣିତ ହୋଇଛି।ଏ ବ୍ରତକଥାର ବାର୍ତ୍ତା ହେଉଛି- ଜ୍ୟେଷ୍ଠ ଅମାବାସ୍ୟା ଦିନ ଯିଏ ସାବିତ୍ରୀଙ୍କ ନାମ ସ୍ମରଣ କରି ବ୍ରତ କରିବ, ସେ ଜନ୍ମେ ଜନ୍ମେ ସଧବା ରହିବ। ପତିପରାୟଣା ଓ ପୁତ୍ରବତୀ ହୋଇ ଅନ୍ତିମକାଳରେ ବୈକୁଣ୍ଠ ପୁରକୁ ଯିବ।

ଅଧିକ ପଢନ୍ତୁ

Odisha Darpan Digital