ଆଜି ୧୪ ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ଓ ପବନ ହେବାର ସମ୍ଭାବନା

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ, ଆସନ୍ତାକାଲି ୨୭ ମେରେ ପଶ୍ଚିମ-ମଧ୍ୟ ଏବଂ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ଅଛି। ଏହା ଓଡ଼ିଶା ଉପକୂଳ ଦେଇ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ, ଯାହା ମୌସୁମୀକୁ ଆହୁରି ଶକ୍ତିଶାଳୀ କରିବ।ଆଜି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ବାତ୍ୟା ସୃଷ୍ଚି ହେବା ନେଇ କୌଣସି ସୂଚନା ନଥିବା କହିଛି ପାଣିପାଗ ବିଭାଗ । ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ଗଜପତି ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି ବଜ୍ରପାତ ନେଇ ୧୫ଜିଲା କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନବରଙ୍ଗପୁର ଓ ମାଲକାନଗିରିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଅଧିକ ପଢନ୍ତୁ

kc ads