ଆଜି ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଜ୍ୟେଷ୍ଠ ଶୁକ୍ଳ ପ୍ରତିପଦ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ସନ୍ଧ୍ୟା 7ଟାରୁ ରାତି 11ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବା ନେଇ କୁହାଯାଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ଦ୍ବିତୀୟ ଭୋଗମଣ୍ଡପ ନୀତି ସରିଲା ପରେ ମହାପ୍ରଭୁଙ୍କର ବନକଲଲାଗି ନୀତି ଅନୁଷ୍ଠିତ ହେବ । ତେବେ ବନକଲାଗି ନୀତି ଶେଷ ହେବା ପରେ ଅର୍ଥାତ୍ ରାତି 11 ଟାପରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଭକ୍ତ ।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।

ଅଧିକ ପଢନ୍ତୁ

kc ads