ଭୁବନେଶ୍ବରରେ ପହଞ୍ଚିଲେ ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ। ଆଜିର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ।ଦିନିକିଆ ଓଡ଼ିଶା ଗସ୍ତରେ ଆସି ଗଡ଼କରୀ କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଆୟୋଜିତ ହରେକୃଷ୍ଣ ମହତାବ ସ୍ମାରକୀ ବକ୍ତୃତାମାଳାରେ ସାମିଲ ହେବେ । ‘ଭିତ୍ତିଭୂମି ବିକାଶ ଏବଂ ଓଡ଼ିଶା’ ଉପରେ ସେ ନିଜର ବକ୍ତବ୍ୟ ରଖିବେ । ମହତାବଙ୍କ ୧୨୫ତମ ଜନ୍ମ ଶତବାର୍ଷିକୀ ଅବସରରେ ଏହି କାର୍ଯ୍ୟକ୍ରମ ହେଉଛି । ଓଡ଼ିଶା ଏବେ ରାସ୍ତା ସଂଯୋଗୀକରଣରେ ସାରା ଦେଶରେ ୮ ନମ୍ୱର ସ୍ଥାନରେ ରହିଥିବା ବେଳେ ଖୁବ୍ ଶୀଘ୍ର ଯେପରି ପ୍ରଥମ ସ୍ଥାନ ହାସଲ କରିପାରିବ, ସେନେଇ କିଛି ବଡ଼ ଘୋଷଣା କରିପାରନ୍ତି । ସାଢ଼େ ୪ଟା ବେଳକୁ ବରମୁଣ୍ଡା ପଡ଼ିଆରୁ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବେ । ୮୦୦ କୋଟି ଟଙ୍କା ବ୍ୟୟରେ ହୋଇଥିବା ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ କରିବେ । ତାଳଚେରରୁ କାମାକ୍ଷନଗର ଯାଏ ହୋଇଥିବା ୪ ଲେନ୍ ରାସ୍ତା ପ୍ରକଳ୍ପକୁ ସେ ରାଜ୍ୟ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରିବେ । ଏନଏଚ-୧୪୯ ଓ ୫୩ରେ ତିଆରି ହୋଇଥିବା ଏହି ପ୍ରକଳ୍ପରେ ୭୯୫ କୋଟି ଟଙ୍କା ଖର୍ଚ୍ଚ ହୋଇଛି ।
