ଆଜି ପବିତ୍ର ମହାବିଷୁବ ପଣା ସଂକ୍ରାନ୍ତି

ଆଜି ପଣା ସଂକ୍ରାନ୍ତି ତଥା ମହାବିଷୁବ ସଂକ୍ରାନ୍ତି । ତାସହ ଓଡ଼ିଆ ନବବର୍ଷ। ଆଜିଠାରୁ ଓଡ଼ିଆ ନୂଆବର୍ଷ ଆରମ୍ଭ ହେଉଥିବାରୁ ଘରେ ଘରେ ଦେବାଦେବୀଙ୍କ ପୂଜା, ଭୋଗ, ହୋମ ଆଦି ଅନୁଷ୍ଠିତ ହୋଇଥାଏ। ଆଜି ଠାରୁ ନୂଆ ଓଡ଼ିଆ ପଞ୍ଜିକା ପ୍ରଚଳନ ହେବ । ଜୟ ହନୁମାନ ଜ୍ଞାନ ଗୁନ ସାଗର ଶ୍କୋକରେ ଗୁଞ୍ଜରିତ ହେଉଛି ମନ୍ଦିର । ହନୁମାନ ଜୟନ୍ତୀ ପାଇଁ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି । କେତେକ ସ୍ଥାନରେ ଭକ୍ତଙ୍କୁ ପଣା ଓ ଭୋଗ ବଣ୍ଟନ କରାଯିବାର ବ୍ୟବସ୍ଥା କରାଯାଇଛି । ସେହିପରି ଘରେ ଘରେ ମଧ୍ୟ ପଣା ସଂକ୍ରାନ୍ତି ପାଳନ କରାଯାଉଛି । ବୃନ୍ଦାବତୀଙ୍କ ଉପରେ କଳସ ବସାଇ ସେଥିରେ ପଣା ଭୋଗ ଲଗାଯାଏ ।ଏହା ସହ କେତେକ ସ୍ଥାନରେ ବୁଡ ପକାଇବାର ମଧ୍ୟ ବିଶେଷ ମହତ୍ତ୍ୱ ରହିଛି । ପବିତ୍ର ନଦୀ ଗୁଡିକରେ ବଡି ଭୋରରୁ ଶ୍ରଦ୍ଧାଳୁମାନେ ସ୍ନାନ କରି ମନୋସ୍କାମନା ପୂରଣ ନିମନ୍ତେ ପ୍ରାର୍ଥନା କରନ୍ତି । ପାରମ୍ପାରିକ ନୃତ୍ୟ , ଝାମୁ ଯାତ୍ରା ଓ ପାଟୁଆ ଯାତ୍ରାରେ ଗାଁ ଦାଣ୍ଡ ଦୁଲୁକି ଉଠେ । ଏହି ଦିନ ଘରେ ଓ ମନ୍ଦିରରେ ଦେବାଦେବୀଙ୍କ ନିକଟରେ ପଣା ଭୋଗ ଲାଗେ । ଏହା ସହ ମନ୍ଦିର ବାହାରେ ବିଭିନ୍ନ ସ୍ଥାନରେ ପଣା ବଣ୍ଟାଯାଏ ।

ଅଧିକ ପଢନ୍ତୁ

kc ads