ଆରପାରିରେ ଉତ୍ତମ ମହାନ୍ତି । ଦୀର୍ଘ ଦିନ ହେଲା ଲିଭର ସିରୋସିସ୍ ରୋଗରେ ପୀଡିତ ଥିବାରୁ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଜାରିଥିବା ବେଳେ ତାଙ୍କର ପରଲୋକ ଘଟିଛି । ଏହି ଖବର ଶୁଣିବା ପରେ ଓଲିଉଡଠୁ ଆରମ୍ଭ କରି ପୂରା ରାଜ୍ୟରେ ଶୋକର ଛାୟା ଖେଳି ଯାଇଛି ।ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା।ସୂଚନା ଅନୁସାରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଅସୁସ୍ଥ ହୋଇ କିଛି ଦିନ ହେବ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ହେଉଥିଲେ । ହଠାତ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ଶନିବାର ଡାକ୍ତରଙ୍କ ପରାମର୍ଶ ଯୋଗେ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଥିଲା । ତେବେ ଆଜି ତାଙ୍କର ମୃତ୍ୟୁ ଘଟିଛି ।
