ଆରମ୍ଭ ହେବ ‘ଆମ ଓଡ଼ିଶା ନବୀନ ଓଡିଶା’ କାମ: ମନ୍ତ୍ରୀ ରବି ନାୟକ

ଆମ ଓଡ଼ିଶା ନବୀନ ଓଡିଶା’ରେ ୩୪୫୭ କୋଟି ଟଙ୍କାର ବ୍ୟୟ ବରାଦ ବ୍ୟବସ୍ଥା ହୋଇଥିଲା। ଏଥିରୁ ମାତ୍ର ୩୦ ରୁ ୪୦ ପ୍ରତିଶତ କାମ ହୋଇଛି। ବାକି କିଛି କାମ ଚାଲୁଛି। କିଛି କିଛି ସ୍ଥାନରେ ଜମି ଅଧିଗ୍ରହଣ କି କିଛି ଅଲଗା କାରଣ ବାକି ରହିଛି ତାକୁ ପୁଣି ଥରେ ଆରମ୍ଭ କରାଯିବ। ଆଜି ବିଧାନସଭାରେ ଏକଥା କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ।ଆମ ଓଡ଼ିଶା ନବୀନ ଓଡ଼ିଶାରେ ଯେଉଁ କାମ ହୋଇଛି ସେଥିରେ କିଛି ତଥ୍ୟ ବ୍ଲକ ଓ ପଞ୍ଚାୟତ ଲେଭଲରେ ତାହା ବର୍ତ୍ତମାନ ସୁଦ୍ଧା ବିଭାଗର ହସ୍ତକ୍ଷେପ ହୋଇନାହିଁ । ଖୁବଶୀଘ୍ର ତଥ୍ୟ ଦାଖଲ ପାଇଁ ଆମେ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦେଇଛୁ ।

ଆମ ଓଡ଼ିଶା ନବୀନ ଓଡିଶା ବଜେଟର ୮୦ ପ୍ରତିଶତ ଅର୍ଥ ଡ଼ିଆରଡ଼ିଏ ରହିଛି । ଆମ ଓଡ଼ିଶା ନବୀନ ଓଡିଶାରେ ଯେଉଁ କାମ ହୋଇଛି ତାହାର ଅନୁଦାନ ନିଶ୍ଚିତ ଭାବେ ଦିଆଯିବ । ସେଥିରେ କୌଣସି ସନ୍ଦେହ ନାହିଁ ।

ମନରେଗାରେ ବ୍ୟାପକ ବାଟମାରଣା ହେଉଛି। ବଡ଼ ବଡ଼ ଲୋକଙ୍କ ନାଁ ରେ ଜବ କାର୍ଡ ରହୁଛି। ସେମାନଙ୍କ ଆକାଉଣ୍ଟକୁ ଟଙ୍କା ଯାଉଛି। କାମ କରୁଥିବା ଲୋକ ଟଙ୍କା ପାଉ ନାହାନ୍ତି। ତେଣୁ ଆମେ ଯୋଜନା କରୁଛୁ। ଏହାକୁ ବନ୍ଦ କରି ଆଗକୁ ଓଡ଼ିଶାକୁ ଦାଦନ ମୁକ୍ତ କରିବୁବୋଲି କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ।

ଅଧିକ ପଢନ୍ତୁ