ଆଜି ପବିତ୍ର ଚୈତ୍ର ପୂର୍ଣ୍ଣିମା । ମହାପ୍ରଭୁଙ୍କ ଗ୍ରୀଷ୍ମକାଳୀନ ଚନ୍ଦନ ଯାତ୍ରା ନିମନ୍ତେ ପ୍ରସ୍ତୁତି ଆରମ୍ଭ । ବର୍ଷ ତମାମ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ରହିଥିବା ନନ୍ଦା,ଭଦ୍ରା ଏବଂ ବୈଜୟନ୍ତୀ ଡଙ୍ଗାକୁ ପାଣିରୁ ବାହାର କରିଛନ୍ତି ଭୋଇ ସେବକ ମାନେ ।ନରେନ୍ଦ୍ର ପୁଷ୍କରିଣୀରେ ୨୧ ଦିନ ଚାପ ଅନୁଷ୍ଠିତ ହେବାପରେ ଶ୍ରୀମନ୍ଦିର ଭିତରେ ମଧ୍ୟ ଭିତର ଚନ୍ଦନ ଯାତ୍ରା ମହାପ୍ରଭୁଙ୍କ ସ୍ନାନଯାତ୍ରା ପୂର୍ବ ଦିନ ଯାଏ ଅନୁଷ୍ଠିତ ହୋଇଥାଏ । ନରେନ୍ଦ୍ର ପୁଷ୍କରିଣୀରେ ଥିବା ଚନ୍ଦନ କୁଣ୍ଡରେ ଠାକୁର ମାନେ ବୁଡି ରହିଥାନ୍ତି । ଛେନାରୁ ପ୍ରସ୍ତୁତ ହୋଇଥିବା କେଳି, ମାଣ୍ଡୁଆ ଭୋଗ ହୋଇଥାଏ । ମହାପ୍ରଭୁଙ୍କୁ ତାମ୍ବୁଳ ସେବନ କରାଇଥାଆନ୍ତି ସେବକ ମାନେ । ନରେନ୍ଦ୍ର ପୁଷ୍କରିଣୀରେ ନୌବିହାର ଶେଷ ହେବା ପରେ ବିଳମ୍ବିତ ରତିରେ ମହାପ୍ରଭୁ ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିଥାନ୍ତି । ଏହି ଚନ୍ଦନ ଯାତ୍ରା ସମୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଚନ୍ଦନଲାଗି, ଆଲଟ ଲାଗି ନୀତି ଅନୁଷ୍ଠିତ ହୋଇଥାଏ ।
