ଆର ଥରକ ସୁନାବେଶ ବେଳକୁ ନୂଆ ସୁନା ଅଳଙ୍କାର ପିନ୍ଧିବେ ୩ ଠାକୁର ।

ଆଗାମୀ ଦିନରେ ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର। ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କିନ୍ତୁ ରତ୍ନଭଣ୍ଡାରର କୌଣସି ଅଳଙ୍କାର ଏଥିରେ ବ୍ୟବହାର ହେବନି। ନୂଆ ଅଳଙ୍କାର ନେଇ ସରକାର ବ୍ୟବସ୍ଥା କରିବେ ଏବଂ ଭକ୍ତଙ୍କୁ ସ୍ବର୍ଣ୍ଣ ଦାନ ପାଇଁ ଅନୁରୋଧ କରାଯିବ ବୋଲି କହିଛନ୍ତି ଆଇନମନ୍ତ୍ରୀ।ଖାଲି ସେତିକି ନୁହେଁ, ଶ୍ରୀଜିଉଙ୍କର କିଛି ଅଳଙ୍କାର ପତଳା ହୋଇଗଲାଣି ବା ସରି ସରି ଆସିଲାଣି । ଏମିତିକି କିଛି ଅଳଙ୍କାର ଦବି ଯାଇଛି ବୋଲି ସେବାୟତମାନେ ସୂଚନା ଦେଇଛନ୍ତି। ନିକଟରେ ଛତିଶା ନିଯୋଗ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଆଉ ଗୋଟିଏ ଅଳଙ୍କାର ସେଟ୍ ପାଇଁ ଅନୁରୋଧ କରାଯାଇଥିଲା। ଠାକୁରଙ୍କ ଇଚ୍ଛା ଥିଲେ ଏହା ହୋଇପାରିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ।

ଅଧିକ ପଢନ୍ତୁ

kc ads