ଆଳୁର ଅଭାବ ଦୂର କରିବା ଲାଗି ପଞ୍ଜାବରୁ ଆଳୁ ଆଣିବାକୁ ଯୋଜନା

ଏବେ ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆସୁଛି । ଉତ୍ତରପ୍ରଦେଶ ପରେ ପଞ୍ଜାବରୁ ଆଳୁ ଆସିବ ।ଆବଶ୍ୟକ ପଡିଲେ ପଞ୍ଜାବରୁ ଆଳୁ ମଗାଯିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ପୂର୍ବରୁ ପଶ୍ଚିମବଙ୍ଗ ଆଳୁ ଉପରେ ଓଡ଼ିଶା ନିର୍ଭର କରୁଥିଲା। ହେଲେ ନିକଟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓଡ଼ିଶାକୁ ଆଳୁ ଯୋଗାଣ ବନ୍ଦ କରିଦେବା ପରେ ରାଜ୍ୟରେ ଆଳୁ ଦର ୬୦ ଟଙ୍କା ଛୁଇଁଥିଲା, ଯାହାକୁ ନେଇ ରାଜ୍ୟବାସୀଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ ଦେଖାଦେଇଥିଲା।

ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଉତ୍ତରପ୍ରଦେଶରୁ ଆଳୁ ଆଣିବାକୁ ଘୋଷଣା କରିଥିଲେ। ଉତ୍ତରପ୍ରଦେଶ ଆଳୁ ଏବେ ଓଡ଼ିଶା ବଜାରରେ ଉପଲବ୍ଧ ହୋଇଛି।ଏହାର କ୍ବାଲିଟି ବହୁତ ଭଲ । ପଶ୍ଚିମବଙ୍ଗ ବ୍ଲାକମେଲ୍‌ର ଶିକାର ନହୋଇ ଆମେ ସ୍ବାଭିମାନକୁ ଦେଖିଲୁ । ଖାଉଟିଙ୍କ ପାଖରେ ଆଳୁ ପହଞ୍ଚିବା ଦରକାର ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ ।

ଅଧିକ ପଢନ୍ତୁ