ଆଶାକର୍ମୀଙ୍କ ଦରମା ବଢ଼ାଇଲେ ସରକାର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଆଶାକର୍ମୀମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଆଶାକର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି। ଏହାଦ୍ବାରା ରାଜ୍ୟର ୪୯,୫୨୨ ଆଶାକର୍ମୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୪୮.୫୭ କୋଟି ଟଙ୍କା ଖର୍ଚ୍ଚ କରିବେ।

ଏହି ନୂତନ ଘୋଷଣା ଅନୁଯାୟୀ, ଆଶା କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୪,୫୦୦ ଟଙ୍କାରୁ ୭,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେବା ନିବୃତ୍ତି ସମୟରେ ପୂର୍ବରୁ ସେମାନେ ୫୦ ହଜାର ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧ ଲକ୍ଷ ଟଙ୍କା ପାଇବେ । ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯.୪୩ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ କରିବେ। ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ ।

ଅଧିକ ପଢନ୍ତୁ

Odisha Darpan Digital