ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା । ୭ ତାରିଖ ଯାଏଁ ଲାଗି ରହିବ ବର୍ଷା । ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତିନି ଦିନ ଯାଏ ବର୍ଷା ସମ୍ଭାବନା ରହିଛି ।ଖୋର୍ଦ୍ଧା, ଭୁବନେଶ୍ୱର ଏବଂ କଟକରେ ହାଲୁକାରୁ ମଧ୍ୟମ ବର୍ଷା ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାସହ ପବନର ବେଗ ୩୦ରୁ ୫୦ କିଲୋମିଟର ପ୍ରତି ଘଣ୍ଟା ରହିବାର ଆକଳନ କରାଯାଇଛି।ଏହା ସହିତ, ପୁରୀରେ ଚାଲିଥିବା ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଉପରେ ମଧ୍ୟ ଏହି ବର୍ଷାର ପ୍ରଭାବ ପଡ଼ିପାରେ।
