ଆସନ୍ତାକାଲିଠାରୁ ଉପରମୁହାଁ ହେବ ତାତି

ବଦଳିବ ପାଗ । ସୋମବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ବି ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତ୍‌ସିଂହପୁରରେ ବର୍ଷା ହୋଇପାରେ । ଗତ ୨୪ ଘଣ୍ଟାରେ ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ୭୧.୨ ମିମି ବର୍ଷା ହୋଇଛି। ନୟାଗଡ଼ରେ ୨୮.୨, କଟକରେ ୨୮, ଭଦ୍ରକରେ ୨୩, ଗୋପାଳପୁରରେ ୧୬.୫, ଚାନ୍ଦବାଲିରେ ୧୬.୬, କେନ୍ଦ୍ରାପଡ଼ାରେ ୧୬.୪, ବୌଦ୍ଧରେ ୧୬, ଭୁବନେଶ୍ୱରରେ ୧୨.୨, ତାଳଚେରରେ ୧୨, ଖୋର୍ଦ୍ଧାରେ ୧୧ ଓ ଦେବଗଡ଼ରେ ୧୦.୨ମିମି ବର୍ଷା ରେକର୍ଡ ହୋଇଛି। ତେବେ ଆସନ୍ତା ମଙ୍ଗଳବାରଠାରୁ ତାତି କ୍ରମଶଃ ଉପରମୁହାଁ ହେବ। ୪ରୁ ୫ ଦିନରେ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ରାତି ତାପମାତ୍ରା ବି ୨ରୁ ୩ ଡିଗ୍ରୀ ବଢ଼ିଯିବ।

ଅଧିକ ପଢନ୍ତୁ

kc ads