ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା

ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା । ଏନେଇ ସୂଚନା ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । ଚାଷୀଙ୍କ ପାଇଁ ମଣ୍ଡି ଗୁଡିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।ଚଳିତବର୍ଷ ଧାନ କିଣା ଟାର୍ଗେଟ ଅଧିକ ରଖିଛନ୍ତି ରାଜ୍ୟ ସରକାର। ଚାଷୀଙ୍କ ପାଇଁ ମଣ୍ଡିଗୁଡିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚାଷୀ ପାଇଁ ମଣ୍ଡିଗୁଡ଼ିକରେ ଖାଦ୍ୟ, ପାନୀୟ ଓ ଶୌଚାଳୟ ଭଳି ବ୍ୟବସ୍ଥା ହୋଇଛି। ଧାନ କିଣା ଉପରେ ନଜର ରଖିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କଟନୀଛଟନୀ ଉପରେ ନଜର ରହିବ। ବାହାର ରାଜ୍ୟରୁ କେମିତି ଧାନ ଆସିବ ନାହିଁ, ସେଥିପାଇଁ ଜିଲ୍ଲାପାଳମାନଙ୍କୁ ଧ୍ୟାନ ଦେବାକୁ କୁହାଯାଇଛି ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୂଚନା ଦେଇଛନ୍ତି।ଛୋଟ ଚାଷୀ, ପ୍ରକୃତ ଚାଷୀ, ଭାଗ ଚାଷୀମାନଙ୍କଠାରୁ ଧାନ କିଣା ପାଇଁ ବିଶେଷ ଗୁରୁତ୍ୱ ରହିବ । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ଧାନ କିଣାର ୪୮ ଘଣ୍ଟା ଭିତରେ ଚାଷୀଙ୍କ ଆକାଉଣ୍ଟକୁ ପଠାଯିବ । ଧାନ ସଂଗ୍ରହ ପରିଚାଳନା ନେଇ ମାର୍ଗଦର୍ଶିକା ସମସ୍ତ ଜିଲ୍ଲାପାଳଙ୍କ ନିକଟକୁ ପଠାଯାଇଛି । ଧାନ ଚାଷ ହୋଇଥିବା ଅଞ୍ଚଳ ବାବଦରେ ସାଟେଲାଇଟ୍ ଯାଞ୍ଚ ସମସ୍ତ ଜିଲ୍ଲାରେ କରାଯାଇଛି । ଆଧାରଭିତ୍ତିକ ପ୍ରମାଣ ଜରିଆରେ ଚାଷୀଙ୍କର ଧାନ ସଂଗ୍ରହ ନେଇ ପ୍ରମାଣ କରାଯିବ ।

ଅଧିକ ପଢନ୍ତୁ