ଆସନ୍ତାକାଲିଠୁ ଶିଳ୍ପ ମହାକୁମ୍ଭ ଉତ୍କର୍ଷ ଓଡିଶା- ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫

ଆସନ୍ତାକାଲିଠୁ ଭୁବନେଶ୍ବରରେ ଶିଳ୍ପ ମହାକୁମ୍ଭ ଉତ୍କର୍ଷ ଓଡିଶା- ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫ । ଜନତା ମଇଦାନରେ ୨ ଦିନିଆ କନକ୍ଲେଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିସନରେଟ ପୋଲିସ । ବିମାନବନ୍ଦର ଠାରୁ ଜନତା ମୈଦାନ ପର୍ଯ୍ୟନ୍ତ ବ୍ଲୁ ବୁକ ଅନୁସାରେ ସୁରକ୍ଷା ବନ୍ଦୋବସ୍ତ ହୋଇଛି ।

ଭୁବନେଶ୍ୱରରେ ସିକ୍ୟୁରିଟି ପାଇଁ ମୁତୟନ ହେବେ ୬୦ ପ୍ଲାଟୁନ ପୋଲିସ ଫୋର୍ସ ।ଏହି କନ୍‌କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁଷ୍‌, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି କନ୍‌କ୍ଲେଭରେ ସାମିଲ ହେବେ ବୋଲି ଜଣାପଡ଼ିଛି । ୨ ଦିନରେ ହେବାକୁ ଥିବା ଏହି କନ୍‌କ୍ଲେଭରେ ବିଭିନ୍ନ କ୍ଷେତ୍ର ପାଇଁ ୧୫ଟି ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ଅଧିକ ପଢନ୍ତୁ

kc ads