ଆସନ୍ତାକାଲି ଅପରାହ୍ନରେ 4 ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ

ଆସନ୍ତାକାଲି ଅପରାହ୍ନରେ 4 ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ ।  ବୁଧବାର ଭାଦ୍ରବ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ‘ରାହୁରେଖାଲାଗି’ ନୀତି ଅନୁଷ୍ଠିତ ହେବ । ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆରମ୍ଭ ହେବ ନୀତି । ଆପାତତଃ ଅପରାହ୍ନ 2 ଟା 30 ମିନିଟ ଠାରୁ ସନ୍ଧ୍ୟା 6 ଟା 30 ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତମାନେ ଗୋଷ୍ଠୀଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ।

ପତିମହାପାତ୍ର ସେବାୟତ ଏହି ରାହୁରେଖାକୁ ସଂସ୍କାର କରିସାରିବା ପରେ ୪ ବାଡର ବାଡଗ୍ରାହୀ ଓଷୁଅ ଏବଂ କନା ଦ୍ୱାରା ଚତୁଃର୍ଦ୍ଧାମୂର୍ତ୍ତୀଙ୍କ ଶ୍ରୀମୁଖରେ ରାହୁରେଖାକୁ ଲାଗି କରାଇ ଥାଆନ୍ତି । ରାହୁରେଖା ନୀତି ସମାପ୍ତ ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥାଏ । ତେବେ ଦେବସ୍ନାନ ପୂର୍ଣ୍ଣିମା ଦିନ ୧୦୮ ଗରା ଜଳରେ ସ୍ନାନ କରି ଥଣ୍ଡା ଜ୍ୱରରେ ପୀଡିତ ହେବାପରେ ଶ୍ରୀଜୀଉଙ୍କ ଶ୍ରୀମୁଖରୁ ରାହୁରେଖା କାଢି ନିଆଯାଇଥାଏ ।

ଅଧିକ ପଢନ୍ତୁ