ଆଜି ବି ରାଜ୍ୟର କେତେକ ସ୍ଥାନରେ ଦେଖିବାକୁ ମିଳିବ କାଳବୈଶାଖିର ପ୍ରଭାବ । ୧୧ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତାକାଲି ଠାରୁ ବଢ଼ିବ ଦିନର ତାପମାତ୍ରା । ୪୦ ଡିଗ୍ରି ଡେଇଁବ ପାରଦ ।୧୨ ରୁ ୧୪ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଗୁଳୁଗୁଳି ଅନୁଭୂତ ହେବ। କେତେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବ ।୧୧ରୁ ଉପକୂଳ ଓଡ଼ିଶା ଗରମ, ଗୁଳୁଗୁଳିରେ ଘାଣ୍ଟି ହେବ । ଏଭଳି ପୂର୍ବାନୁମାନ ଦେଖାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୧ରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାତି ବଢ଼ିବ । ୨ ଦିନ ପରେ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ବଢ଼ିଯିବ ।କିଛିଦିନ ଧରି କାଳବୈଶାଖୀ ପାଇଁ ତାତିରୁ ବଡ଼ ଆଶ୍ଵସ୍ତି ମିଳିଥିଲା । ହେଲେ ଏବେ ପୁଣି ଉପରମୁହାଁ ହେବ ପାରଦ ।
