ଆସନ୍ତାକାଲି ଠାରୁ ବିଧାନସଭାର  ଶୀତକାଳୀନ ଅଧିବେଶନ ଆରମ୍ଭ

ଗୁରୁବାର ଆରମ୍ଭ ହେଉଛି ବିଧାନସଭାର ଶୀଳକାଳୀନ ଅଧିବେଶନ । ବିଧାନସଭା ସୁରୁଖୁରୁରେ ଚଳାଇବାକୁ ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି ।ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆଜି ସର୍ବଦଳୀୟ ବୈଠକ ବସିଥିଲା । ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ,ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତ ଥିଲେ । ତାସହ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ପ୍ରମୁଖ ଯୋଗ ଦେଇଥିଲେ ।ସୂଚନାଯୋଗ୍ୟ ଯେ, ଆସନ୍ତା ୨୭ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଏଥର ବିଧାନସଭା ଅଧିବେଶନରେ ଉଦବୋଧନ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଅଧିକ ପଢନ୍ତୁ