ଆସନ୍ତକାଲି ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥି। ଏହି ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ଯେଉଁଥି ପାଇଁ ପାଞ୍ଚ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଅପରାହ୍ନ ୨ ଟାରୁ ସନ୍ଧ୍ୟା ୭ ଟା ଯାଏଁ ବନ୍ଦ ରହିବ ଦର୍ଶନ। ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ଅନୁଷ୍ଠିତ ହେବ ଏହି ଗୁପ୍ତ ନୀତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ଦିଆଯାଇଛି ସୂଚନା।ଏହି ଅବସରରେ ଶ୍ରୀଜୀଉଙ୍କ ମସ୍ତକରେ ଲାଗି ହୋଇଥାଏ ରତ୍ନଖଚିତ ସୁବର୍ଣ୍ଣ ଚିତା । ଗତ ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ମସ୍ତକରୁ ଏହି ଚିତାକୁ ସୁରକ୍ଷା ଦୃଷ୍ଟିରୁ ବାହାର କରିଦିଆଯାଇଥିଲା । ଦଇତାପତି ସେବକମାନେ ଭଣ୍ତାରମେକାପ ଓ ପାଟରା ବିଷୋୟୀ ସେବାୟତଙ୍କ ସହାୟତାରେ ଏହି ଚିତାକୁ ପୁଣି ଲାଗି କରିଥାନ୍ତି । ଶ୍ରୀମନ୍ଦିରରେ ପାଳିତ ଅନେକ ପର୍ବ ଓ ଉତ୍ସବ ପାଳନ ହେଉଥିବା ବେଳେ ଚିତାଲାଗି ଅମାବାସ୍ୟା ଅନ୍ୟତମ ।
